ଓଡ଼ିଶାଲାଇଭ୍ ବ୍ୟୁରୋ

ଜାନୁଆରି ୨୬ ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ।ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ଆୟୋଜିତ ଏହି ମେଳା ଚଳିତ ବର୍ଷ ଜାନୁଆରି ୨୬ରୁ ଆରମ୍ଭ ହୋଇ ଫେବ୍ରୁଆରି ୯ ତାରିଖ ପର୍ଯ୍ୟନ୍ତ ଚାଲିବ।ଭୁବନେଶ୍ୱରର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଏହି ମେଳା ୧୫ ଦିନ ଧରି ଚାଲିବ। ଏହି ମେଳାରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଅନେକ ଜାତି ଓ ଜନଜାତି ଶ୍ରେଣୀର ଲୋକ ଅଂଶଗ୍ରହଣ କରିବେ।

ମେଳାରେ ଆଦିବାସୀ ସଂପ୍ରଦାୟର ଘର, ଚାଲିଚଳଣୀ,ଖାଦ୍ୟପେୟ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦେଖିବାକୁ ମିଳିବ। ଏଥିସହିତ ମେଳାରେ ଆଦିବାସୀ ପରମ୍ପରା ସହ ଜଡ଼ିତ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଦେଖିବାକୁ ମିଳିବ।

Comment