ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାଜ୍ୟର ୫ଟି ଜିଲ୍ଲାରେ ଶୀତ ଅନୁଭୂତ ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ସୋନପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବଲାଙ୍ଗିର ଜିଲ୍ଲା ପାଇଁ ଆଜି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅନୁଗୁଳ, ସୋନପୁର, ବଲାଙ୍ଗିର ଜିଲ୍ଲାରେ ଶୀତର ପ୍ରକୋପ ଅଧିକ ରହିବ।

ଆଜିଠୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ସେହିପରି ୨୮ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଜାନୁଆରି ୨୯ରେ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମୟୂରଭଞ୍ଜ, କନ୍ଦେୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାରେ ବର୍ଷା ସମ୍ଭାବନା ରହିଛି।

Comment