ଓଡ଼ିଶାଲାଇଭ୍ ବ୍ୟୁରୋ

(ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର): ନବରଙ୍ଗପୁର ଷ୍ଟାଡିୟମରେ ରବିବାର ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ରାଷ୍ଟ୍ରମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।ସାରା ଦେଶରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଓଡ଼ିଶାର ଅନେକ ଜିଲ୍ଲାରେ ମଧ୍ୟ ଜିଲ୍ଲାସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଛି। ସେହିପରି ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ସହ ଏହି ଉତ୍ସବରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର, ବିଧାୟକ ସଦାଶିବ ପ୍ରଧାନ, ଏସପି ନିତିନ୍ କୁସଲକର ପ୍ରମୁଖ ଯୋଗଦେଇଥିଲେ।ଏହି ଅବସରର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ୨୩ଟି ପରେଡ୍ ଦଳ ଭାଗ ନେଇଥିଲେ। ଏଥିସହିତ ସରସ୍ୱତୀ ଶିଶୁ ମନ୍ଦିର, ଟେକ୍ନୋ ଗୁରୁକୂଳ ଭଳି ୬ଟି ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।

Comment