ଓଡ଼ିଶାଲାଇଭ୍‌ ବ୍ୟୁରୋ

କୋରୋନା ପାଇଁ ରାଜ୍ୟ ସରକାର ଚିନ୍ତାରେ ଥିବା ବେଳେ ଏବେ ଭୁବନେଶ୍ଵରରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଯାଇଛି। ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏନେଇ ଓୟୁଏଟି ପକ୍ଷରୁ ସୂଚନା ମିଳିଛି। ସେଥିପାଇଁ ଆସନ୍ତାକାଲିଠାରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହେବ।

ଗତ ଦୁଇଦିନ ହେଲା ଓୟୁଏଟିରେ ଥିବା ଫାର୍ମରେ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହୋଇଥିଲା। ଫଳରେ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ବାର୍ଡ ଫ୍ଲୁ ଆଶଙ୍କା କରି କୁକୁଡ଼ାଙ୍କ ରକ୍ତ ନମୁନା ଭୋପାଳସ୍ଥିତ ଟେଷ୍ଟିଂ ଲ୍ୟାବ୍‌କୁ ପଠାଇଥିଲେ। ଆଜି ଭୋପାଳ ଟେଷ୍ଟିଂ ଲ୍ୟାବ୍‌ରୁ ରିପୋର୍ଟ ପିଜିଟିଭ୍‌ ଆସିବା ପରେ କୁକୁଡାମାନେ ବାର୍ଡ ଫ୍ଲୁ ଆକ୍ରାନ୍ତ ବୋଲି ସ୍ପଷ୍ଟ ହୋଇଛି।

ବାର୍ଡ ଫ୍ଲୁ ରିପୋର୍ଟ ପଜିଟିଭ୍‌ ଥିବା ଓୟୁଏଟି ପକ୍ଷରୁ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଏନେଇ ଆସନ୍ତାକାଲିଠାରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହେବ। ଓୟୁଏଟିଠାରୁ ୧ କିଲୋମିଟର ପରିବ୍ୟାପ୍ତ ଅଞ୍ଚଳରେ କୁକୁଡ଼ା ମାରିବାକୁ ପଦକ୍ଷେପ ନିଆଯାଇଛି।

LEAVE A REPLY

Please enter your comment!
Please enter your name here