ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଛନ୍ତି। ଏଭଳି ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଅରପଟା ନିକଟରେ। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାରିପଦାଠାରୁ ମାନତ୍ରୀ ଦେଇ ବାଲେଶ୍ୱର ଯାଉଥିବା ମହାଭାରତ ନାମକ ବସଟି ବଡ଼ସାହି ଥାନା ଅଧିନ ଅରପଟା ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ବସିଥିବା ଜଣାପଡ଼ିଛି।

ଘଟଣା ପରେ ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ। ଅନ୍ୟପକ୍ଷରେ ସ୍ଥାନୀୟ ବିଧାୟକ ମଧ୍ୟ ଘଟଣାସ୍ଥଳକୁ ଯାଇ ଲୋକଙ୍କୁ ସାହାଯ୍ୟ କରିଥିଲେ।

Comment