ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦୁଇ ଦିନ ଶୀତର ଲହରି ପରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା। ଆସନ୍ତା ୨୮ ଓ ୨୯ରେ ରାଜ୍ୟର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୨୮ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ବର୍ଷା ହେବ। ଏହାପରେ ପାଗରେ ପରିବର୍ତ୍ତନ ଆସିବ।

ଅନ୍ୟପଟେ ଆଜି ପାଗ ଶୁଖିଲା ରହିବା ସହ ଶୀତ ବଢ଼ିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ସୋନପୁର, ଝାରସୁଗୁଡ଼ା, ଦେବଗଡ଼, ଓ ବଲାଙ୍ଗିର ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Comment