ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜିଠୁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ୯ଟି ଜିଲ୍ଲାରେ  ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ବର୍ଷା ହେବ। ଏହାପରେ ପାଗରେ ପରିବର୍ତ୍ତନ ଆସିବ।

୨୯ ତାରିଖ ପରେ ପାଗ ଶୁଖିଲା ରହିବ ଓ ସକାଳେ ଘନ କୁହୁଡ଼ିର ପ୍ରଭାବ ଦେଖାଦେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

Comment