ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ମଙ୍ଗଳବାର ରାତି ପ୍ରାୟ ୩ଟାରେ ତପ୍ତପାଣି ଘାଟିରୁ ତଳକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ୭ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଏହାସହ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଏବେ ବି ବସ୍‌ ଭିତରେ କିଛି ଯାତ୍ରୀ ଚାପି ହୋଇ ରହିଛନ୍ତି।

ରାୟଗଡ଼ାର କାଶୀପୁରରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ମାରୁତି’ ରାତି ପ୍ରାୟ ୩ଟା ବେଳେ ମୋହନା ବ୍ଲକ୍‌ ଅନ୍ତର୍ଗତ ତପ୍ତପାଣି ଘାଟିରେ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ପ୍ରବଳ କୁହୁଡ଼ି ଯୋଗୁଁ ରାସ୍ତା ଅସ୍ପଷ୍ଟ ହୋଇଯାଇଥିବା କାରଣରୁ ବସ୍‌ଟି ଘାଟିରୁ ତଳକୁ ଖସି ପଡ଼ିଥିବା କଥା କୁହାଯାଉଛି।

ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିବା ଜଣାପଡ଼ିଛି।

Comment