ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜଧାନୀ ଭୁବନେଶ୍ୱରରେ ବାର୍ଡ ଫ୍ଲୁର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଏକ ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବାର୍ଡ ଫ୍ଲୁ ନେଇ ତଥ୍ୟ ସଂଗ୍ରହ କରିବ।

ଅନ୍ୟପକ୍ଷରେ ବାର୍ଡ ଫ୍ଲୁ ପ୍ରଭାବିତ ଅଞ୍ଚଳରେ ଆଜି ତୃତୀୟ ଦିନରେ ଜାରି ରହିବ କୁକୁଡ଼ାମରା ଅଭିଯାନ। ଓୟୁଏଟି ରିସର୍ଚ୍ଚ ଫାର୍ମରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ଆକ୍ରାନ୍ତ ଅଞ୍ଚଳ ୧ କିଲୋମିଟର ପରିଧି ମଧ୍ୟରେ କୁକୁଡ଼ାମରା ଜାରି ରହିଛି।

ଜାନୁଆରି ୨୭ରେ ଓୟୁଏଟିରେ ଥିବା ଫାର୍ମରେ କୁକୁଡ଼ାଙ୍କ ଅସ୍ୱାଭାବିକ ମୃତ୍ୟୁ ହୋଇଥିଲା। ଫଳରେ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ବାର୍ଡ ଫ୍ଲୁ ଆଶଙ୍କା କରି କୁକୁଡ଼ାଙ୍କ ରକ୍ତ ନମୁନା ଭୋପାଳସ୍ଥିତ ଟେଷ୍ଟିଂ ଲ୍ୟାବ୍‌କୁ ପଠାଇଥିଲେ। ଭୋପାଳ ଟେଷ୍ଟିଂ ଲ୍ୟାବ୍‌ରୁ ରିପୋର୍ଟ ପିଜିଟିଭ୍‌ ଆସିବା ପରେ କୁକୁଡାମାନେ ବାର୍ଡ ଫ୍ଲୁ ଆକ୍ରାନ୍ତ ବୋଲି ସ୍ପଷ୍ଟ ହୋଇଥିଲା। ତା’ପରଠୁ କୁକଡ଼ାମରା ଅଭିଯାନ ଚାଲିଛି।

Comment