ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ମାରିବାର ସମ୍ଭାବନା ରହିଛି। ଏହାସହ କଳାହାଣ୍ଡି, ସୁନ୍ଦରଗଡ଼, ଅନୁଗୁଳ, ଭଦ୍ରକ, କେନ୍ଦୁଝର ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିବ ବୋଲି ଫେବ୍ରୁଆରି ପହିଲା ବେଳକୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment