ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଉ ଦୁଇ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, କନ୍ଧମାଳ, ସୋନପୁର, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଫେବ୍ରୁଆରି ପହିଲାରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଅନୁଗୁଳ, ସୁନ୍ଦରଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ କୁହୁଡ଼ି ହେବ।

ଫେବ୍ରୁଆରି ୨ରୁ ପାଗରେ ପରିବର୍ତ୍ତନ ଆସିବ। ଥଣ୍ଡା କମ୍‌ ହେବା ସହ ହାଲୁକା ବର୍ଷା ହେବ। ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି।

ଗତ ୩୬ ଘଣ୍ଟା ମଧ୍ୟରେ ପାରାଦୀପରେ ୧୭.୪ ମିମି ବର୍ଷା ହୋଇଛି। ବାଲେଶ୍ୱର ଓ ବାରିପଦାରେ ୧୬ ମିମି ବର୍ଷା, ରାୟଗଡ଼ାରେ ୧୩.୨, ଚାନ୍ଦବାଲିରେ ୧୦.୨ ମିମି ବର୍ଷା ରେକର୍ଡ ହୋଇଛି।

Comment