ଓଡ଼ିଶାଲାଇଭ୍‌ ବ୍ୟୁରୋ

(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ପଞ୍ଚାୟତ ସମିତି ପକ୍ଷରୁ ସ୍ଥାନୀୟ ଜିସିଡି ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ସମ୍ପର୍କ ଶିବିର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର ମାଝିଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ଯୋଗ ଦେଇଥିଲେ।

ଏହି ଅବସରରେ କହିଥିଲେ, ‘‘ରାଜ୍ୟ ସରକାରଙ୍କ ନୂଆ ଯୋଜନା ପ୍ରଣୟନ ଦ୍ୱାରା ସାଧାରଣ ଲୋକଙ୍କୁ ପ୍ରଶାସନ ସହ ଅଧିକ ସଂଶ୍ଲିଷ୍ଟ କରିବା ଉଦ୍ଦେଶ୍ୟ ରହିଛି। ଏହି ସମ୍ପର୍କ କାର୍ଯ୍ୟକ୍ରମ ଦ୍ୱାରା ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ହୋଇପାରିବ।’’

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପ୍ରକଳ୍ପ ଅଧିକାରୀ ଅମ୍ରିତ ଋତୁରାଜ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଆର୍ତ୍ତବନ୍ଧୁ ନାୟକ, ସମନ୍ୱିତ ଆଦିବାସୀ ବିକାଶ ପ୍ରକଳ୍ପ ଅଧିକାରୀ ଟୁକୁ ବାରିକ, ପଞ୍ଚାୟତ ସମିତି ଅଧ୍ୟକ୍ଷ ପେଦେଣ୍ଟି ରାମୁଲୁ ଓ ତହସିଲଦାର ଉମା ଶଙ୍କର ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ।

ରାୟଗଡ଼ା ପଞ୍ଚାୟତ ସମିତି ଅନ୍ତର୍ଗତ ବିଭିନ୍ନ ମହିଳା ସ୍ୱୟଂ ଶାସିତ ଗୋଷ୍ଠୀ ସଦସ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Comment