ଓଡ଼ିଶାଲାଇଭ୍‌ ବ୍ୟୁରୋ

ଲୋକଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ମୋଦୀ ସରକାର ଗୁରୁତ୍ୱ ଦେଇଛନ୍ତି। ୨୦୨୦-୨୧ ବଜେଟ୍‌ରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଲୋକଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ପ୍ରତି ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ପାଇଁ ଚଳିତ ବଜେଟ୍‌ରେ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

ପ୍ରତି ଜିଲ୍ଲାରେ ଥିବା ଜିଲ୍ଲା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କୁ ଭଲ ତାଲିମ୍‌ ଦିଆଯିବ। ସ୍ୱାସ୍ଥ୍ୟ ବିଭାଗର ବିକାଶ ପାଇଁ ଚଳିତ ବଜେଟରେ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ ହୋଇଛି।

Comment