ଓଡ଼ିଶାଲାଇଭ୍‌ ବ୍ୟୁରୋ

ଏଣିକି ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଥିବା କିରାଣୀ ୬ ବର୍ଷରୁ ଅଧିକ ସମୟ ରିହପାରିବେନି। ୬ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରତ ଥିଲେ ସେମାନଙ୍କୁ ଅନ୍ୟତ୍ର ବଦଳି କରାଯିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏନେଇ ମନ୍ତ୍ରୀ କହିଛନ୍ତି, “ବିଶେଷ କରି ବିଇଓ ଓ ଡିଇଓ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରତ କିରାଣୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଏନେଇ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଶିକ୍ଷା ବର୍ଷ ଆରମ୍ଭରୁ ବଦଳି କାର୍ଯ୍ୟ ସରିଯିବ।“

ବଲାଙ୍ଗିର ଶିକ୍ଷା ଅଧିକାରୀଙ୍କ ଅଧିନରେ ଥିବା ବିଇଓ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ ସରକାର ଚେତିଛନ୍ତି। ବରିଷ୍ଠ କିରାଣୀ ପ୍ରମୋଦ ରଥ ଜାଲ୍ କାଗଜପତ୍ର ପ୍ରସ୍ତୁତ କରି ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରିଥିଲେ। ଏନେଇ ସୋମବାର ଖବର ପ୍ରସାରଣ ପରେ ଗଣଶିକ୍ଷା ମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

Comment