ଓଡ଼ିଶାଲାଇଭ୍‌ ବ୍ୟୁରୋ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିଛି। ଏଭଳି ପାଗ ଆସନ୍ତା ୯ ତାରିଖ ଯାଏଁ ଲାଗି ରହିବ। ଦିନରେ ଏଭଳି ପାଗ ଲାଗି ରହିବା ସହ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୮ ଓ ୯ ତାରିଖରେ ରାତିର ତାପମାତ୍ରା ୨ରୁ ୩ଡିଗ୍ରୀ କମିବା ସହ ଶୀତ ବଢ଼ିବାର ସମ୍ଭାବନା ରହିଛି।

ଆଉ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାଗୁଡ଼ିକରେ ବର୍ଷା ହେବ।

Comment