ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଦଳିଲା ପାଗ। ଆଉ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ହେଲେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

୮ ଓ ୯ ତାରିଖରେ ତାପମାତ୍ରା ୨ରୁ ୩ଡିଗ୍ରୀ କମିବା ସହ ଶୀତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ତାଳଚେର, ଟିଟିଲାଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Comment