ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶନିବାର ପଞ୍ଜାବର ମୋହାଲିରେ ଏକ ୩ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏଥିରେ ୨ ଜଣ ଲୋକଙ୍କୁ ସରକ୍ଷିତ ଉଦ୍ଧାର କରାଯାଇଥିବା ବେଳେ ଆଉ କିଛି ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଟିମ୍ ଓ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ମୋହାଲିର ଖରାର ଲାଣ୍ଡରା ରୋଡ୍‌ରେ ଏହି ଅଘଟଣ ଘଟିଛି। କୌଣସି କାରଣରୁ ହଠାତ ୩ ମହଲା ବିଶିଷ୍ଟ କୋଠା ଭୁଶୁଡ଼ି ପଡ଼ିଥିଲା। ପ୍ରଥମେ ସ୍ଥାନୀୟଲୋକ ଫସିଥିବା ଲୋକଙ୍କୁ ଉଦ୍ଧାର କରିଥିଲେ।

ପରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଆହୁରି କିଛି ଲୋକ କୋଠା ତଳେ ଫସି ରହିଥିବା ଆଶଙ୍କା କରାଯାଉଛି। ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ଜଣାପଡ଼ିନାହିଁ।

Comment