ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୯ ଯାଏଁ ରାଜ୍ୟରେ ବର୍ଷା। ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରଯାଇଛି।

ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୧୦ ତାରିଖରୁ ପାଗ ସ୍ୱାଭାବିକ ରହିବ। ଦିନର ତାପମାତ୍ରା ସ୍ୱାଭାବିକ ହେବ ଓ ରାତିରେ ୨ରୁ ୪ ଡିଗ୍ରୀ କମିବ। ଏହାସହ କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖା ଦେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment