ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଏକ ଅଜଣା ଟ୍ରକ। ଫଳରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଏଭଳି ସଡ଼କ ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ୪୯ ନମ୍ଵର ଜାତୀୟ ରାଜପଥରେ।

ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ଚାଇଁନେବଦା ଗାଁର ତ୍ରିଲୋଚନ ନାୟକ। ବ୍ୟକ୍ତି ଜଣକ ରାସ୍ତା ପାର୍‌ ହେଉଥିବା ବେଳେ ଏହି ଅଘଟଣ ଘଟିଛି। ଦୁର୍ଘଟଣା ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ସ୍ଥାନୀୟ ଲୋକ ଆମ୍ଵୁଲାନ୍ସରେ ବ୍ୟକ୍ତିଙ୍କୁ ନେଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ଘଟଣା ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି। ଘଟଣା ସ୍ଥଳରେ ଜଶୀପୁର ପୋଲିସ ପହଞ୍ଚି ଲୋକଙ୍କ ସହ ବୁଝାସୁଝା କରିଥିଲା। ସେପଟେ ବ୍ୟକ୍ତି ଜଣକର ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Comment