ଓଡ଼ିଶାଲାଇଭ୍‌ ବ୍ୟୁରୋ

(ବ୍ରହ୍ମପୁରରୁ ସୁନିଲ ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟରେ ଫାଇଲେରିଆ ବଟିକା ଖାଇ ୪୭ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ପ୍ରଧାନ ଶିକ୍ଷକ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ସେମାନଙ୍କୁ ଫାଇଲେରିଆ ବଟିକା ଖାଇବାକୁ ଦେଇଥିଲେ। କିଛି ସମୟ ପରେ ଛାତ୍ରଛାତ୍ରୀଙ୍କ ମୁଣ୍ଡ ବୁଲେଇବା ସହ ବାନ୍ତି ହୋଇଥିଲା। ଏହାପରେ ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

Comment