ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୋ’ ସରକାରରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ବିଭାଗ ସାମିଲ ହୋଇଛି। ଏଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ, ଉନ୍ନୟନ କମିସନର ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ପୂର୍ବରୁ ଗୃହ, ସ୍ୱାସ୍ଥ୍ୟ, ଅନୁସୂଚିତ ଜାତି ଓ ଜନଜାତି, ନଗର ଉନ୍ନୟନ ବିଭାଗ ଏବଂ ମିଶନ ଶକ୍ତି ମୋ’ ସରକାରରେ ସାମିଲ ହୋଇଥିଲା।

ପ୍ରଶାସନକୁ ଉତ୍ତରଦାୟୀ କରିବା ପାଇଁ ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ସ୍ୱଚ୍ଛତା ଆଣିବା ପାଇଁ ୫-ଟି ଅଧିନରେ ମୋ’ ସରକାର କାର୍ଯ୍ୟକ୍ଷମ ହେଉଛି।

Comment