ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ଵିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ସର୍ବଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶୃଙ୍ଗାର କରାଯିବ।

ଏହି ସେବା ଗୁପ୍ତ ସେବା ହୋଇଥିବାରୁ ଆଜି ଅପରାହ୍‌ଣ ୪ଟାରୁ ରାତି ୮ଟା ଯାଏଁ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Comment