ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ ହାଲୁକା ଶୀତ। କେତେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ୪୮ ଘଣ୍ଟା ପରେ ଉଭୟ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୧୨ ଓ ୧୩ ତାରିଖରେ ଅନୁଗୁଳ, ବାଲେଶ୍ୱର, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରେ ଥଣ୍ଡା ଅନୁଭୂତ ହେବ। ସାରା ରାଜ୍ୟରେ ପାଗ ଶୁଖିଲା ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ହେବ।

ଗତ ୨୪ ଘଣ୍ଟା ମଧ୍ୟରେ ସୋନପୁର ଓ ଅନୁଗୁଳ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଅନୁଗୁଳ ଓ ସୋନପୁରରେ ୮ ଡିଗ୍ରୀ ତାପମାତ୍ରା, ବୌଦ୍ଧରେ ୮.୫ ଡିଗ୍ରୀ, ଝାରସୁଗୁଡ଼ାରେ ୯.୬ ଡିଗ୍ରୀ ଓ କେନ୍ଦୁଝରରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ଅନ୍ୟ ସବୁ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି।

Comment