ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅସହ୍ୟ ଶୀତ ଲାଗି ରହିବ। କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମ୍‌ ରହିବ। ଏହାପରେ ଉଭୟ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, କଟକ, ଅନୁଗୁଳ, ସୋନପୁର ଓ ବୌଦ୍ଧରେ କୋଲ୍ଡ ଓ୍ଵେଭ୍‌ କଣ୍ଡିସନ୍‌ ଜାରି କରାଯାଇଛି।

ଆଗାମୀ ୨୪ ଘଣ୍ଟା ପରେ ଉଭୟ ଦିନ ଓ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ।

Comment