ଓଡ଼ିଶାଲାଇଭ୍‌ ବ୍ୟୁରୋ

ସିଟି ହସ୍ପିଟାଲ ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦେଇଛି ବିଭିନ୍ନ ସଙ୍ଗଠନ। ଢେଙ୍କାନାଳରେ ଥିବା ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି।

ଏହି ବନ୍ଦ ପାଳନ ପ୍ରଭାବରେ ଦୋକାନ ବଜାର ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ହେବା ସହ ଗାଡ଼ି ଚଳାଚଳ ଠପ୍‌ ହୋଇଛି। ଫଳରେ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି।

ବନ୍ଦ ଡାକରାରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀ, ଓକିଲ ସଂଘମାନେ ସମର୍ଥନ ଜଣାଉଛନ୍ତି।

ବାଜିଚୌକଠାରୁ ଆରମ୍ଭ କରି କଲେଜ ଛକ ପର୍ଯ୍ୟନ୍ତ ରାସ୍ତାରେ ଆନ୍ଦୋଳନ ଚାଲିଛି।

Comment