ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ ଘଟିଛି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ୍ ଗାଁରେ। ପାରିବାରିକ କଳହରୁ ଏହି ମୃତ୍ୟୁକାଣ୍ଡ ଘଟିଥିବା ଜଣାପଡ଼ିଛି।

ଗୁରୁବାର ସକାଳେ ପୁଅ ରମେଶ ସୋରେନ ଏବଂ ବାପା ରାବଣ ସୋରେନଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପୁଅ ରମେଶ ଏକ ଟାଙ୍ଗିଆ ସାହାଯ୍ୟରେ ବାପାକୁ ଅତି ନୃଶଂସ ଭାବରେ ହତ୍ୟା କରିଥିଲେ।

ଖବର ପାଇ ରାସଗୋବିନ୍ଦପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ପୁଅକୁ ଅଟକ ରଖିବା ସହ ଏଥିରେ ବ୍ୟବହୃତ ହୋଇଥିବା ଟାଙ୍ଗିଆକୁ ମଧ୍ୟ ଜବତ କରିଛି। ଏହାସହ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି।

Comment