ଓଡ଼ିଶାଲାଇଭ୍ ବ୍ୟୁରୋ

ସିବିଏସ୍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଆଜିଠୁ ଆରମ୍ଭ ହେଉଛି। ସକାଳ ୧୦.୩୦ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ରେ ସରିବ। ସିବିଏସ୍ଇ ଦଶମ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ସରିବ। ସେହିପରି ଦ୍ୱାଦଶ ପରୀକ୍ଷା ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ।
ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେବେ। ଅନ୍ୟପଟେ ୧୨ ଲକ୍ଷ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ। ୫ ହଜାର ୩୭୬ଟି ସେଣ୍ଟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୪ ହଜାର ୯୮୩ଟି କେନ୍ଦ୍ର ଉଦ୍ଦିଷ୍ଟ ରହିଛି।
ସକାଳ ୧୦ଟା ସୁଦ୍ଧା ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ବାଧ୍ୟତାମୂଳକ କରାଯାଇଛି। ୧୦ଟା ୧୫ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ଉତ୍ତର ଖାତା ଏବଂ ପ୍ରଶ୍ନପତ୍ର ଦିଆଯିବ। ୧୦ଟା ୩୦ରୁ ଉତ୍ତର ଖାତାରେ ଲେଖିବା ଆରମ୍ଭ କରିବେ ଛାତ୍ରଛାତ୍ରୀ।














