ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ‘ଆମ ଲୋକକଳା ଆମ ସଂସ୍କୃତି’ କାର୍ଯ୍ୟକ୍ରମ ଗୁରୁବାର ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗିରରୁ ଆସିଥିବା ପରମ୍ପରା ଅନୁଷ୍ଠାନ ପକ୍ଷରୁ ପାରମ୍ପରିକ ନୃତ୍ୟ ‘ମାଇଲାଜଡ଼’ ଏବଂ ମାଲକାନଗିରିର ‘କୋୟା’ ନୃତ୍ୟ ପରିବେଷଣ କରାଯାଇଥିଲା।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଭାଗର ନିର୍ଦ୍ଦେଶକ ବିଜୟ କୁମାର ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ବାସୁଦେବ ମାଳବିଶୋୟୀ, ଯୁଗ୍ମ ନିର୍ଦ୍ଦେଶିକା ସଂଘମିତ୍ର ଶତପଥୀ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଓଡ଼ିଆ ଲୋକକଳାକାରମାନଙ୍କୁ ନିଜର କଳା ପ୍ରଦର୍ଶନ କରିବାର ସୁଯୋଗ ମିଳିଥାଏ। ପ୍ରତି ମାସରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଏହି ପ୍ରସିଦ୍ଧ ଲୋକକଳା ନୃତ୍ୟରେ ଦର୍ଶକ ବିଭୋର ହୋଇଥିଲେ। ଢ଼ୋଲ, ନିସାନ୍‌ ତାସାରେ ସାରା ରବୀନ୍ଦ୍ର ମଣ୍ଡପ କମ୍ପିଥିଲା। ପାଦରେ ପାଦ ଛନ୍ଦି କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ।

Comment