ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ପବିତ୍ର ମହାଶିବରାତ୍ରୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଓଡ଼ିଶାବାସୀଙ୍କୁ ଶୁଭକାମନା ଜଣାଇଛନ୍ତି।

ଏହାସହ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରର ନୂଆ ରୂପକୁ ପ୍ରଶଂସା କରିଛନ୍ତି। ଶିବରାତ୍ରୀ ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିରର ସିଂହଦ୍ୱାର ଓ ଭିତର ବେଢ଼ାକୁ ଭଳିକି ଭଳି ଫୁଲରେ ସଜା ସାଇଛି। ଭକ୍ତଙ୍କ ସୁବିଧା ପାଇଁ ସିଂହଦ୍ୱାର ସମ୍ମୁଖରୁ ୨୦୦ ମିଟର ଯାଏଁ ବ୍ୟାରିକେଡ୍‌ କରାଯାଇଛି।

Comment