ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ପୁଣିଥରେ ବର୍ଷା ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୩ ଓ ୨୪ ତାରିଖରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୨୩ ଓ ୨୪ରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼ ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୨୫ ଓ ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟ ବାଷ୍ପ ଭରା ବାୟୁ ପ୍ରବାହ ହେଉଥିବାରୁ ବର୍ଷା ସମ୍ଭାବନା ରହିଛି।

Comment