ଓଡ଼ିଶାଲାଇଭ୍‌ ବ୍ୟୁରୋ

(କୋଣାର୍କରୁ ଆଦିତ୍ୟ ବିଶ୍ଵାଳ): ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ପୁରୀ ଜିଲ୍ଲା ନିମାପଡ଼ା ଅନ୍ତର୍ଗତ ସାଇଲୋ ଛକ ନିକଟରେ ଏହି ଦୁର୍ଘଟଣା ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଦୁର୍ଘଟଣାଟି ଶୁକ୍ରବାର ରାତିରେ ହୋଇଛି। ଗୁରୁବାର ସାକାଳେ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲା। ରାସ୍ତା ଅନ୍ଧାର ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ପୋଲିସ ସନ୍ଦେହ କରୁଛି।

ଅନ୍ୟପକ୍ଷରେ ଏଯାଏଁ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ମୃତକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ଖବର ଲଗାଇ ପରିବାରକୁ ଶବ ହସ୍ତାନ୍ତର ପାଇଁ ପୋଲିସ ପ୍ରୟାସ ଜାରି ରଖିଛି।

Comment