ଓଡ଼ିଶାଲାଇଭ୍‌ ବ୍ୟୁରୋ

ସୋନପୁର-ସମ୍ଵଲପୁର ରାଜ୍ୟରାଜପଥର ମେଟାକାନିରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଏହି ଅଘଟଣରେ ଆହୁରି ୬ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣାରେ ଘଟଣାସ୍ଥାଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି।

ମେଟାକାନି ନିକଟରେ ଉଲଣ୍ଡ ପଟୁ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନକୁ ବିପରୀତ ପଟୁ ଆସିୁଥିବା ଏକ ଦ୍ରୁତଗ୍ରାମୀ ଟ୍ରକ ଧକ୍କା ହୋଇଥିଲା। ମୁହାଁମୁହିଁ ଧକ୍କା ଫଳରେ ୨ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ପରେ ଜଣେ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ। ପୁଣି ଆଜି ଅନ୍ୟ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଛି। ପୋଲିସ ଉଭୟ ଗାଡ଼ିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here