ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାଜ୍ୟର ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ମାରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସକାଳୁ ପାଗ କୋହଲା ରହିଛି।

ପାଣିପାଗ ବିଭାଗର ବୁଲେଟିନ୍‌ ଅନୁଯାୟୀ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସୋନପୁର ଏବଂ ବୌଦ୍ଧରେ ବ୍ରଜପାତ ମାରିବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୧୦ରୁ ୩୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।

୨୬ଓ ୨୭ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Comment