ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପବନ ବହିବା ସହ ବର୍ଷା ହୋଇଛି। ଏଭଳି ସ୍ଥିତି ଆଉ ଦୁଇ ଦିନ ଲାଗି ରହିବ। ଆଜି ସକାଳ ୮ଟା ସୁଦ୍ଧା ସୋନପୁରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କହିବାଅନୁଯାୟୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ମୟୂରଭଞ୍ଜ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ରେ ବର୍ଷା ଲାଗି ରହିବ। ଏହିସବୁ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।

ଅନ୍ୟପଟେ ଆଜି ୧୭ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ମାରିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

Comment