ଓଡ଼ିଶାଲାଇଭ୍‌ ବ୍ୟୁରୋ

ମାର୍ଚ୍ଚ ୩ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ପରୀକ୍ଷାକୁ କପିମୁକ୍ତ କରିବା ପାଇଁ ସିଏଚ୍‌ଏସ୍‌ଇ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ନେଇଛନ୍ତି। ସବୁ ପରୀକ୍ଷା କେନ୍ଦ୍ର ସିସିଟିଭି ନଜରରେ ରହିବ ବୋଲି ଗଣଶିକ୍ଷା ସଚିବ ଚିତ୍ରା ଆରୁମଗମ୍‌ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୧୧୪୩ଟି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଥିବା ସେ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ୩ ଲକ୍ଷ ୫୦ ହଜାର ୮୦୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରଶ୍ନପତ୍ର ରଖିବା ଲାଗି ସାରା ରାଜ୍ୟରେ ୨୦୨ଟି ହବ୍‌ କରାଯାଇଛି। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବା ପୂର୍ବରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ସୁପରଭାଇଜରଙ୍କୁ ଦୁଇ ଥର ଚେକିଂ କରାଯିବ।

ଯୁକ୍ତ ୨ ପରୀକ୍ଷା ପରିଚାଳନା ଲାଗି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌ପିଙ୍କ ସହ ଭିଡିଓ କନଫରେନ୍ସିଂ ହୋଇଥିଲା। ପରୀକ୍ଷାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ଆଲୋଚନା ହୋଇଥିଲା।

Comment