ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ବୁଧବାର ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ମାରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଏହିସବୁ ଜିଲ୍ଲାଗୁଡ଼ିକରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ପାଗ କୋହଲା ରହିଛି ହେଲେ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment