ଓଡ଼ିଶାଲାଇଭ୍‌ ବ୍ୟୁରୋ

 ଆଜି ଓ ଆସନ୍ତାକାଲି ଉତ୍ତର ଉପକୂଳବର୍ତ୍ତୀ ଅଞ୍ଚଳର ପ୍ରାୟ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ମୟୂରଭଞ୍ଜ, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ରାୟଗଡ଼ାର କିଛି ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେବେ ଦୁଇ ଦିନ ଏମିତି ପାଗ ରହିବ। ଗୁରୁବାରଠାରୁ ପାଗରେ ପରିବର୍ତ୍ତନ ଆସିବ। ପାଗ ଶୁଖିଲା ରହିବ।

ଆଜି ଭୁବନେଶ୍ୱରରେ ପାଗ କୋହଲା ରହିବା ସହ ମଝିରେ ମଝିରେ ବର୍ଷା ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ପ୍ରାୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସୋନପୁର ଜିଲ୍ଲାର ବରୀମହାରାଜ ପୁରରେ  ୭୮.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଦେବଗଡ଼ ଜିଲ୍ଲାରେ ୫୯.୦ ରେକର୍ଡ କରାଯାଇଛି।

Comment