ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି। ସେ ମଙ୍ଗଳବାର ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରୁ ସେ ସିଧାସଳଖ ପୁରୀ ଅଭିମୁଖେ ଯାଇଥିଲେ। ଆଜି ସେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ୨୮ ତାରିଖରେ ଭୁବନେଶ୍ୱରରେ ହେବାକୁ ଥିବା ୨୪ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏହି ବୈଠକରେ ୫ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମମତା ବାନାର୍ଜୀଙ୍କ ସମେତ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ଓ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତାମଙ୍ଗ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।

ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଯୋଗ ଦେବେ।

ଏହାସହ ଭୁବନେଶ୍ୱରରେ ୨୮ତାରିଖରେ ହେବାକୁ ଥିବା  ସିଏଏ ସମର୍ଥନ ସମାବେଶରେ ମମତା ଯୋଗ ଦେବେ ଏବଂ ଏହି ସମାବେଶରେ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗ ଦେବେ।

Comment