ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଓଡିଶା ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ବିରୋଧ କରିଛି କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ। ଦେଶରେ ଦଙ୍ଗା ସୃଷ୍ଟି କରୁଥିବା ଅଭିଯୋଗ କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ କରିଛି କଂଗ୍ରେସ। ‘ଅମିତ ଶାହ ଗୋ ବ୍ୟାକ’ ନାରାଦେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା।

ଏହି ବିକ୍ଷୋଭରେ ଜିଲ୍ଲା କଂଗ୍ରେସ ସଭାପତି ଚିନ୍ମୟ ବେହୁରା, ପୂର୍ବତନ ମନ୍ତ୍ରୀ ଗଣେଶ୍ଵର ବେହେରାଙ୍କ ସମେତ ବହୁ କଂଗ୍ରେସ କର୍ମୀମାନେ ସାମିଲ ହୋଇଥିଲେ। ଏମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ କରିବା ସହ ଅମିତ ଶାହଙ୍କ କୁଶପୁତ୍ତଳିକା ଦାହ କରିଥିଲେ।

ଦେଶରେ ଦଙ୍ଗା ପରି ଅସ୍ଥିରତା ସୃଷ୍ଟି ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଦାୟୀ କରିଛି କଂଗ୍ରେସ। ସାରା ଦେଶରେ ସିଏଏକୁ ନେଇ ଯେଉଁ ଅସ୍ଥିରତା ସୃଷ୍ଟି ହୋଇଛି ସେଥିପାଇଁ ବିଜେପି ହିଁ ଦାୟୀ। ବିଶେଷ କରି ଦିଲ୍ଲୀରେ ସଂଗଠିତ ଦଙ୍ଗା ପଛରେ ଗୃହମନ୍ତ୍ରୀ ଅମିତ ଶାହଙ୍କର ହାତ ରହିଥିବା କହି ପ୍ରତିବାଦ କରିଛି କଂଗ୍ରେସ।

Comment