ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ଓ ସିଏଏ ସମର୍ଥନ ସମାବେଶରେ ଭୁବନେଶ୍ୱର ଆସିଥିବା ଅମିତ ଶାହଙ୍କ ସହ ମଧ୍ୟାହ୍ନ ଭୋଜନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅମିତ ଶାହ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ ପରେ ସିଧାସଳଖ ନବୀନ ନିବାସ ଅଭିମୁଖେ ଯିବେ। ଦିନ ୧.୦୫ ବେଳେ ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କରିବେ। ମମତା ବାନାର୍ଜୀ, ନୀତିଶ କୁମାରଙ୍କ ସହ ଅନ୍ୟ ପ୍ରତିନିଧିମାନେ ବି ସାମିଲ ହେବେ।

ଆଜି ଅମିତ ଶାହ ଭୁବନେଶ୍ୱର ବିମାନବନ୍ଦର ପହଞ୍ଚି ସିଧା ଲୋକସେବା ଭବନ ଅଭିମୁଖେ ଯାତ୍ରା କଲେ। ସେଠାରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ତମ ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି।  ଅମିତ ଶାହ ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ବିହାର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି। କିନ୍ତୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଝାଡ଼ଖଣ୍ଡ ଅର୍ଥମନ୍ତ୍ରୀ ଏହି ବୈଠକରେ ଉପସ୍ଥିତ ଅଛନ୍ତି।

Comment