ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀଜୀଉଙ୍କ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଅମିତ ଶାହ ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶାହଙ୍କ ସହ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ମୁଖପାତ୍ର ସମ୍ବିତ ପାତ୍ର ଏବଂ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ପ୍ରମୁଖ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଶାହଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।

ପୁରୀରୁ ଫେରି ଅମିତ ଶାହ ଭୁବନେଶ୍ୱର ଆସି ଲିଙ୍ଗରାଜଙ୍କ ଦର୍ଶନ କରିବେ। ଏଥିପାଇଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଲିଙ୍ଗରାଜ ପୂଜାର୍ଚ୍ଚନା କରିବା ପରେ ଶାହ ଦିଲ୍ଲୀ ଫେରିଯିବେ।

ଶୁକ୍ରବାର ଶାହ ପୂର୍ବାଞ୍ଚଳ ପରିଷଦ ବୈଠକରେ ଯୋଗଦେବା ସହିତ ଜନତା ମଇଦାନରେ ସିଏଏ ସପକ୍ଷରେ ଉଦବୋଧନ ଦେଇଥିଲେ। ଏହାପରେ ହୋଟେଲ ମେ’ ଫେୟାରରେ ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ରୁଦ୍ଧାଦ୍ୱାରା ବୈଠକ ମଧ୍ୟ କରିଥିଲେ।

Comment