ଓଡ଼ିଶାଲାଇଭ୍ ବ୍ୟୁରୋ

‘ମୋ ସରକାର’ରେ ସାମିଲ ହେଲା ଆଉ ୫ଟି ବିଭାଗ। ଏଥିସହିତ ରାଜ୍ୟ ସରକାରଙ୍କ ମୋଟ୍ ୨୨ଟି ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି।

ସୋମବାର ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟର ଜଳସମ୍ପଦ, ସମବାୟ, ମତ୍ସ୍ୟ ଓ ପଶୁସମ୍ପଦ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ଏବଂ ହସ୍ତତନ୍ତ୍ର ଓ ବୟନଶିଳ୍ପ ବିଭାଗ ମୋ ସରକାରରେ ସାମିଲ ହୋଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଗଣତାନ୍ତ୍ରିକ ବିଧିବ୍ୟବସ୍ଥାରେ ଲୋକମାନେ ହିଁ ମୁଖ୍ୟ। ସରକାର ହେଉଛି ଲୋକମାନଙ୍କ ଇଚ୍ଛାର ଏକ ପ୍ରତିଫଳନ। ସେମାନଙ୍କର ଆଶାକୁ ପୂରଣ କରିବାକୁ ଏହି ସରକାର ଗଠନ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୋମବାର ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଡକ୍ଟର ଅରୁଣ କୁମାର ସାହୁ, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ହସ୍ତତନ୍ତ୍ର ଓ ବୟନଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ୍ ପ୍ରମୁଖ ଉପସ୍ଥିତ ରହିଥିଲେ।

Comment