ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

ଲାଟେଷ୍ଟ ବୁଲେଟିନ୍‌ ଅନୁଯାୟୀ, ଢେଙ୍କାନାଳ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା ବରଗଡ଼ ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ମାରିବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comment