ଓଡ଼ିଶାଲାଇଭ୍ ବ୍ୟୁରୋ

ଦେଶର ସମସ୍ତ ସରକାରୀ ଅଫିସରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବାୟୋମେଟ୍ରିକ୍ ଉପସ୍ଥାନ ବନ୍ଦ ରହିବ। କେନ୍ଦ୍ର ସରକାରଙ୍କ ତରଫରୁ ଏନେଇ ନିର୍ଦ୍ଦେଶ ଜାରି କରାଯାଇଛି।

କୋରୋନା ଭାଇରସ କବଳରୁ ରକ୍ଷା ପାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଦେଶର ସମସ୍ତ ମନ୍ତ୍ରାଳୟ, ସରକାରୀ ଅଫିସ୍ ଓ କାର୍ଯ୍ୟାଳୟରେ ଉପସ୍ଥାନ ଖାତାରେ ଉପସ୍ଥାନ ନିଆଯିବ ବୋଲି ନିର୍ଦ୍ଦେଶରେ କୁହାଯାଇଛି।

ସାରା ଦେଶରେ ଏବେ କୋରୋନା ଭାଇରସକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ଦେଶରେ ଏବେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଖ୍ୟା ଏବେ ୩୧କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here