ଓଡ଼ିଶାଲାଇଭ୍ ବ୍ୟୁରୋ

ବିହାରର ମୁଜାଫରଫୁରରେ ଶନିବାର ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଶନିବାର ସକାଳୁ କାଣ୍ଟିଥାନା ଅଞ୍ଚଳରେ ସ୍କର୍ପିଓ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରମାନଙ୍କୁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

କାଣ୍ଟିଥାନା ଅଅଞ୍ଚଳର ୨୮ ନମ୍ବର ଜାତୀୟ ରାଜପଥରେ ଏକ ସ୍କର୍ପିଓ ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଫଳରେ ସ୍କର୍ପିଓରେ ଥିବା ୧୩ ଜଣଙ୍କ ଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।  ମୃତକମାନଙ୍କ ମଧ୍ୟରୁ ୨ ଜଣଙ୍କ ପରିଚୟ ମିଳିଥିବା ବେଳେ ଅନ୍ୟମାନଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ କାଣ୍ଟିଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦୁର୍ଘଟଣାରେ ଯୋଗୁଁ ୨୮ ନମ୍ବର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

Comment