ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ବର୍ଷ ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋରୋନା ଭାଇରସ ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।

ପୁର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ଚଳିତ ବର୍ଷ ହୋଲି ନଖେଳିବା ନେଇ ସୂଚନା ଦେଇ ସାରିଛନ୍ତି। କୋରୋନା ଭାଇରସକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଥିଲା।

କୋରୋନାକୁ ନେଇ ଦେଶରେ ଭୟର ବାତାବରଣ ରହିଛି। ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ୩୧ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସାରିଛନ୍ତି। କୋରୋନା ସଂକ୍ରମିତଙ୍କୁ ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା କରାଯାଉଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ କୋରୋନା ଭାଇରସକୁ ନେଇ ଲୋକଙ୍କୁ ସଚେତନ କରାଯାଉଛି।

ରାଜ୍ୟ ସରକାର ମଧ୍ୟ କୋରୋନାକୁ ନେଇ ବିଭିନ୍ନ ସଚେତନମୂଳକ ପଦକ୍ଷେପ ନେଉଛନ୍ତି। ବିଭିନ୍ନ ସ୍ତରରେ କୋରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛନ୍ତି ରାଜ୍ୟସରକାର।

Comment