ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦେଶରେ କଳାଧନ ଠାବ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍‌(SIT)ର ବୈଠକ ଆରମ୍ଭ ହୋଇଛି। ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍‌ ଅରଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି।

ବୈଠକରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ସିବିଆଇ, ଆୟକର ବିଭାଗ, ରେଭିନ୍ୟୁ ଇଣ୍ଟିଲେଜେନ୍ସି, ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ୍‌, ଭିଜିଲାନ୍ସ ବିଭାଗ, ଖଣି ବିଭାଗ, ବାଣିଜ୍ୟକର ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି।

ବୈଠକରେ ଦେଶରେ କଳାଧନ କାରବାର ଉପରେ ଆଲୋଚନା କରାଯିବ। ଏଥିସହ ବେଆଇନ ଖଣି କାରବାର ଉପରେ ଆଲୋଚନା ହେବ।

Comment