ଓଡ଼ିଶାଲାଇଭ୍ ବ୍ୟୁରୋ

ଏଥର ହୋଲିରେ ଭିଜିବ ଓଡ଼ିଶା। ହୋଲିରେ ଅର୍ଥାତ ମଙ୍ଗଳବାର ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତାକାଲି ରାଜ୍ୟର ୧୪ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା ଓ ନବରଙ୍ଗପୁର।

ଆଞ୍ଚଳିକ ପାଣିପାଗ ବିଭାଗ ଲାଟେଷ୍ଟ ବୁଲେଟିନ୍‌ ଅନୁଯାୟୀ, ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ମାରିବାର ସମ୍ଭାବନା ଥାଏ।

Comment