ଓଡ଼ିଶାଲାଇଭ୍‌ ବ୍ୟୁରୋ

ସାମାନ୍ୟ ବଚସାରୁ କରୁଣ ପରିଣିତି। ବଚସାକୁ ନେଇ ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିଙ୍କ ତଣ୍ଟି କାଟି ହତ୍ୟା କରିଛନ୍ତି। ଏଭଳି ହତ୍ୟାକାଣ୍ଡ ଘଟିଛି ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଗଙ୍ଗାନଗର ଅଞ୍ଚଳରେ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

କୌଣସି କାରଣରୁ ଦୁଇଜଣ ଯୁବକଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଜଣେ ବ୍ୟକ୍ତି ଉତ୍ୟକ୍ତ ହୋଇ ଅନ୍ୟ ଜଣଙ୍କ ତଣ୍ଟି କାଟିଦେଇଥିଲେ। ବ୍ୟକ୍ତିଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ମଣ୍ଡଲିଆ କେନ୍ଦ୍ରୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ହତ୍ୟାକାରୀ ଫେରାର୍‌ ହୋଇଯାଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

Comment