ଓଡ଼ିଶାଲାଇଭ୍‌ ବ୍ୟୁରୋ

୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। କିଛିଟା ସ୍ଥାନରେ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ବର୍ଷାର ସମ୍ଭାବନା ରହିଛି।

୧୨ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶା ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ କୁଆପଥର ବି ପଡ଼ିପାରେ। ପବନର ବେଗ ବି ଅଧିକ ରହିବ।

ମାର୍ଚ୍ଚ ମାସରୁ ଜୁନ୍‌ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବଢ଼ିବ, କିନ୍ତୁ କାଁ ଭାଁ କାଳବୈଶାଖୀ ବର୍ଷା ସମ୍ଭାବନା ରହୁଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ପଟେ ଅପରାହ୍‌ଣରେ କାଳବୈଶାଖୀ ସମ୍ଭାବନା ଅଧିକ ରହିବ। ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ହେବାର ସମ୍ଭାବନା କମ୍‌ ରହିଛି।

Comment